Biography
Lists
Also Viewed
Quick Facts
Intro | Indian poet | ||
Places | India | ||
was | Poet | ||
Work field | Literature | ||
Gender |
| ||
Birth | 1926 | ||
Death | 1977 (aged 51 years) | ||
Family |
|
Biography
ବିଦ୍ଯୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।
ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କ ଦ୍ଵାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ଯ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ଵାମୀ ପଞ୍ଛାନନ ମହାନ୍ତି ତାଙ୍କୁ ଏ ଦିଗରେଖୁବ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ଵ ଲାଭ କରିବା ପରେ, ବିଦ୍ଯୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
୧୯୭୭ ମସିହାରେ ବିଦ୍ଯୁତପ୍ରଭା ଦେବୀଙ୍କର ତିରୋଧାନ ଘଟିଥିଲା ।
ଓଡି଼ଆ ସାହିତ୍ୟକୁ ଅବଦାନ
- ସବିତା
- ମରିଚିକା
- କନକାଞ୍ଜଳି
- ସଞ୍ଚୟନ
- ଝରା ଶିଉଳି
- ପ୍ରତିଘାତ
- ମାଟିର ମଣିଷ
- ବିଳାସି କବି
- ବିଦ୍ୟୁତ ପ୍ରଭା ଗ୍ରନ୍ଥାବଳୀ
ପୁରସ୍କାର ଓ ସ୍ଵୀକୃତି
- ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର(ସଞ୍ଚୟନ), ୧୯୬୨