Biography
Lists
Also Viewed
Quick Facts
Intro | Indian politician | |||||||||
Places | India | |||||||||
was | Politician | |||||||||
Work field | Politics | |||||||||
Gender |
| |||||||||
Birth | 1 March 1911 | |||||||||
Death | 20 September 1998 (aged 87 years) | |||||||||
Star sign | Pisces | |||||||||
Politics: | Indian National Congress Swatantra Party | |||||||||
Positions Held |
|
Biography
ବୃନ୍ଦାବନ ତ୍ରିପାଠୀ (୧ ମାର୍ଚ୍ଚ ୧୯୧୧ - ୨୦ ସେପ୍ଟେମ୍ବର ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ବୃନ୍ଦାବନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କାମାକ୍ଷାନଗର ଓ ଗୋନ୍ଦିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ବୃନ୍ଦାବନ ୧୯୧୧ ମସିହାର ମାର୍ଚ୍ଚ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭାଗୀରଥି ତ୍ରିପାଠୀ ଓ ପତ୍ନୀଙ୍କ ନାମ ପ୍ରମୋଦିନୀ ତ୍ରିପାଠୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ ଓ ପେଶାରେ ସେ ଜଣେ ଶିକ୍ଷକ ଥିଲେ ।
ରାଜନୈତିକ ଜୀବନ
ବୃନ୍ଦାବନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।
ବିଧାନ ସଭା ସଭ୍ୟ ବିବରଣୀ
ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | କାମାକ୍ଷାନଗର | ସ୍ୱତନ୍ତ୍ର ପାର୍ଟି |
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | କାମାକ୍ଷାନଗର | ସ୍ୱତନ୍ତ୍ର ପାର୍ଟି |
୧୯୭୧ | ୧୯୭୨ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ଗୋନ୍ଦିଆ | କଂଗ୍ରେସ (ଆର୍) |
ମୃତ୍ୟୁ
ବୃନ୍ଦାବନ ତ୍ରିପାଠୀ ୧୯୮୮ ମସିହାର ମାର୍ଚ୍ଚ ମାସ ୧ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା ।