Biography
Lists
Also Viewed
Quick Facts
Intro | Politician from Odisha, India | |
Places | India | |
was | Politician | |
Work field | Politics | |
Gender |
| |
Religion: | Hinduism | |
Birth | 1 July 1938 | |
Death | 2 January 2020Berhampur, India (aged 81 years) | |
Star sign | Cancer | |
Politics: | Indian National Congress Utkal Congress |
Biography
ଦୈତାରୀ ବେହେରା (୧ ଜୁଲାଇ ୧୯୩୮ - ୨ ଜାନୁଆରୀ ୨୦୨୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ଦୈତାରୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୪ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ସେ ୬ଷ୍ଠ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ଦୈତାରୀ ବେହେରା ୧୯୩୮ ମସିହା ଜୁଲାଇ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଣ୍ଡାସି ବେହେରା ଏବଂ ପତ୍ନୀଙ୍କ ନାମ ରମା ବେହେରା ।
ରାଜନୈତିକ ଜୀବନ
ଦୈତାରୀ ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଦୈତାରୀ ବେହେରା ୨୦୨୦ ମସିହାର ଜାନୁଆରୀ ମାସ ୨ ତାରିଖରେ ମୃତ୍ୟୁବରଣ କରିଥିଲେ । ଦୈତାରୀ ଅସୁସ୍ଥତା ଅନୁଭବ କରିବାକୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା, ଯେଉଁଠି ରାତି ପାଖାପାଖି ୧୧ଟା ବେଳେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା ।