Jagannath Rout

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
isPolitician
Work fieldPolitics
Gender
Male
Birth13 November 1942
Age82 years
Star signScorpio
Politics:Indian National Congress
The details

Biography

ଜଗନ୍ନାଥ ରାଉତ (ଜନ୍ମ: ୧୩ ନଭେମ୍ବର ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର

ଜଗନ୍ନାଥ ରାଉତ ୧୯୪୨ ମସିହାର ନଭେମ୍ବର ମାସ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ରାଧାକୃଷ୍ଣ ରାଉତ । ତାଙ୍କ ଶିକ୍ଷାଗତ ଯୋଗ୍ୟ ହେଉଛି କଳାରେ ସ୍ନାତକୋତ୍ତର ଏବଂ ଶିକ୍ଷାରେ ସ୍ନାତକ । ସେ ବାସନ୍ତୀ ରାଉତଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି ।

ରାଜନୈତିକ ଜୀବନ

ଜଗନ୍ନାଥ ରାଉତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ ।

୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଜଗନ୍ନାଥ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାର ପରବର୍ତ୍ତୀ ନିର୍ବାଚନରେ ୧୯୮୫ ମସିହାରେ ପୁଣିଥରେ ଧାମନଗରରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଏହାପରେ ୧୯୯୫ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରୁ ସେ ୧୬ ମାର୍ଚ୍ଚ ୧୯୯୯ରେ ଇସ୍ତଫା ଦେଇଥିଲେ ।

ଆଧାର

The contents of this page are sourced from Wikipedia article on 04 Jan 2020. The contents are available under the CC BY-SA 4.0 license.