Janardan Bhanj Deo

Indian politician
The basics

Quick Facts

IntroIndian politician
PlacesIndia
isPolitician
Work fieldPolitics
Gender
Male
Death1 May 1965
The details

Biography

ଜନାର୍ଦନ ଭଞ୍ଜ ଦେଓ (ମୃତ୍ୟୁ: ୧ ମଇ ୧୯୬୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ରାଜନୀତିରେ ସେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ୩ଥର କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନତା ପରେ ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୧୯୫୭ ଓ ୧୯୬୧ ମସିହାର ବିଧାନ ସଭା ନିର୍ବାଚନରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପରିବାର ଓ ଶିକ୍ଷା

ଜନାର୍ଦନ ଭଞ୍ଜ ଦେଓଙ୍କ ବାପାଙ୍କ ନାମ ରାଉତରାୟ ସାହେବ ବାସୁଦେବ ଭଞ୍ଜ ଦେଓ ଏବଂ ପତ୍ନୀଙ୍କ ନାମ ସାରଦା ସୁନ୍ଦରୀ ଦେବୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ସ୍ନାତକରୁ କମ ଥିଲା ।

ରାଜନୈତିକ ଜୀବନ

ଜନାର୍ଦନ ଭଞ୍ଜ ଦେଓ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

ଜନାର୍ଦନ ୧୯୫୨ ମସିହାରେ ସ୍ୱାଧୀନତା ପରେ ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୪,୪୨୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ନିର୍ବାଚନରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ତାଙ୍କ ସହ ଭାଇଗା ସେଠୀ‌ ଯୁଗ୍ମ ଭାବରେ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୫୨ ମସିହାରୁ ୧୯୫୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୯,୯୭୧ ଖଣ୍ଡ ଭୋଟ ପାଇ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । କୃଷ୍ଣଚନ୍ଦ୍ର ମହାପାତ୍ର ଏହି ନିର୍ବାଚନରେ ସେ ତାଙ୍କ ସହ ଯୁଗ୍ମ ଭାବରେ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୫୭ ମସିହାରୁ ୧୯୬୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୬୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬୫୭ ଖଣ୍ଡ ଭୋଟ ପାଇ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିମ୍ବାଧର ମିଶ୍ରଙ୍କୁ ୧୫୭୯ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।

ମୃତ୍ୟୁ

ଭାଇଗା ସେଠୀ ୧୯୬୫ ମସିହାର ମଇ ମାସ ୧ ତାରିଖରେ ମୃତ୍ୟୁବରଣ କରିଥିଲେ । ତାଙ୍କର ମୃତ୍ୟୁବେଳକୁ ସେ ୩ୟ ଓଡ଼ିଶା ବିଧାନ ସଭାରେ ବିଧାୟକ ଭାବରେ କାର୍ଯ୍ୟ କରୁଥିଲେ ।

ଆଧାର

The contents of this page are sourced from Wikipedia article on 02 Mar 2020. The contents are available under the CC BY-SA 4.0 license.