Kartik Chandra Rout

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
isPolitician
Work fieldPolitics
Gender
Male
Birth1928
Age97 years
Politics:Janata Party
The details

Biography

କାର୍ତ୍ତିକ ଚନ୍ଦ୍ର ରାଉତ (୧ ଜାନୁଆରୀ ୧୯୨୮ - ୫ ସେପ୍ଟେମ୍ବର ୧୯୮୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ ପରିବାର ଓ ଶିକ୍ଷା

କାର୍ତ୍ତିକ ଚନ୍ଦ୍ର ରାଉତ ୧୯୨୮ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ୍ ଥିଲା । ତାଙ୍କ ପତ୍ନୀଙ୍କ ନାମ ଲକ୍ଷ୍ମୀପ୍ରିୟା ରାଉତ । ତାଙ୍କର ୨ ପୁଅ ଓ ୪ ଝିଅ ଥିଲେ ।

ରାଜନୈତିକ ଜୀବନ

କାର୍ତ୍ତିକ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୭୭ ମସିହାରୁ ୧୯୮୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

କାର୍ତ୍ତିକ ୧୯୮୫ ମସିହାର ଅକ୍ଟୋବର ମାସ ୫ ତାରିଖଦିନ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୫୭ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article on 04 Jan 2020. The contents are available under the CC BY-SA 4.0 license.