Krupanidhi Naik

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
isPolitician
Work fieldPolitics
Gender
Male
Death1969
Politics:Indian National Congress
The details

Biography

କୃପାନିଧି ନାଏକ (ମୃତ୍ୟୁ: ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୁନ୍ଦରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ

କୃପାନିଧି ନାଏକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରୁ ୧୯୫୯ ମସିହା ପର୍ଯ୍ୟନ୍ତ ଓଡ଼ିଶା ବିଧାନ ସଭାରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

କୃପାନିଧି ନାଏକ ୧୯୬୯ ମସିହାରେ ମୃତ୍ୟୁବରଣ କରିଥିଲେ । ୬ ଅକ୍ଟୋବର ୧୯୬୯ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।

ଆଧାର

The contents of this page are sourced from Wikipedia article on 22 Oct 2023. The contents are available under the CC BY-SA 4.0 license.