Biography
Lists
Also Viewed
Quick Facts
Intro | Indian activist and politician | |
Places | India | |
is | Politician | |
Work field | Politics | |
Gender |
| |
Death | 6 October 1967 |
Biography
ମହମ୍ମଦ ହନିଫ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ
ହନିଫ ଅବିଭକ୍ତ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଅବକାରୀ ବିଭାଗରୁ ଚାକିରି ଛାଡ଼ି ଦେଶ ସେବାରେ ନିୟୋଜିତ ହୋଇଥିଲେ ଏବଂ ସ୍ୱାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ । ୨୦୧୮ ମସିହାରେ ୧୮ଶ ଭଦ୍ରକ ପୁସ୍ତକ ମେଳାରେ ମହମ୍ମଦ ହନିଫଙ୍କର ୫୧ତମ ଶ୍ରାଦ୍ଧ ବାର୍ଷିକ ପାଳନ ହେବା ସହ ତାଙ୍କ ଜୀବନି ଉପରେ ରଚିତ ପୁସ୍ତକ ସଂଗ୍ରାମୀ ହନିଫ ଉନ୍ମୋଚିତ ହୋଇଥିଲା, ଯାହାର ରଚନା କରିଥିଲେ ଅଟକ ବିହାରୀ ନାୟକ ।
ରାଜନୈତିକ ଜୀବନ
ମହମ୍ମଦ ହନିଫ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ ।
୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୫୨ ମସିହାରୁ ୧୯୫୭ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
୧ମ ଓଡ଼ିଶା ବିଧାନ ସଭାରେ ହନିଫ ବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ । ଏଥି ସହ ସେ ରାଜ୍ୟ ସଭାକୁ ମଧ୍ୟ ମନୋନୀତ ହୋଇଥିଲେ ।
ମୃତ୍ୟୁ
ମହମ୍ମଦ ହନିଫ ୧୯୬୭ ମସିହାର ସେପ୍ଟେମ୍ବର ମାସ ୬ ତାରିଖରେ ମୃତ୍ୟୁବରଣ କରିଥିଲେ । ୪ ଡିସେମ୍ବର ୧୯୬୭ରେ ତାଙ୍କ ପାଇଁ ଓଡ଼ିଶା ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।