Manmohan Das

Politician from Odisha
The basics

Quick Facts

IntroPolitician from Odisha
PlacesIndia
wasPolitician
Work fieldPolitics
Gender
Male
Birth26 June 1936
Death23 May 1984 (aged 47 years)
Star signCancer
The details

Biography

ମନମୋହନ ଦାସ (୨୬ ଜୁନ ୧୯୩୬ - ୨୩ ମଇ ୧୯୮୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୭ ଓ ୧୯୭୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜନ କଂଗ୍ରେସ ଓ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର

ମନମୋହନ ଦାସ ୧୯୩୬ ମସିହାର ଜୁନ ମାସ ୨୬ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ଉଚ୍ଛବ ଦାସ । ମନମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ । ସେ ରମାମଣି ଦେବୀଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ୨ଟି ପୁଅ ଓ ଗୋଟିଏ ଝିଅ ଥିଲେ ।

ରାଜନୈତିକ ଜୀବନ

ମନମୋହନ ଦାସ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସ ଓ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜନ କଂଗ୍ରସର ପ୍ରାର୍ଥୀ ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୧୯୬୭ ମସିହାରୁ ୧୯୭୧ ମସିହାରେ ବିଧାନ ସଭା ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ ।

ଏହାପରେ ସେ ୧୯୭୪ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ପୁଣିଥରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୭୪ ମସିହାରୁ ୧୯୭୭ ମସିହାରେ ବିଧାନ ସଭା ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ମନମୋହନ ଦାସ ୧୯୮୪ ମସିହାର ମଇ ମାସ ୨୩ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୪୭ ବର୍ଷ ବୟସ ହୋଇଥିଲା । ୫ ସେପ୍ଟେମ୍ବର ୧୯୮୪ରେ ତାଙ୍କୁ ଓଡ଼ିଶା ବିଧାନ ସଭାରେ ଶ୍ରଦ୍ଧାଞ୍ଜଳୀ ଦିଆଯାଇଥିଲା ।

ଆଧାର

The contents of this page are sourced from Wikipedia article on 04 Jan 2020. The contents are available under the CC BY-SA 4.0 license.