Mochiram Tiriya

Politician from Odisha, India
The basics

Quick Facts

IntroPolitician from Odisha, India
PlacesIndia
wasPolitician
Work fieldPolitics
Gender
Male
Birth8 October 1927
Death19 May 2005 (aged 77 years)
Star signLibra
Politics:All India Ganatantra Parishad Indian National Congress
Positions Held
Member of the Third Odisha Legislative Assembly(1961—1967)
The details

Biography

ମୋଚିରାମ ତିରିୟା (୮ ଅକ୍ଟୋବର ୧୯୨୭ - ୧୯ ମଇ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମୋଚିରାମ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଅଖିଳ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ମୋଚିରାମ ତିରିୟା ୧୯୨୭ ମସିହାର ଅକ୍ଟୋବର ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସନାତନ ତିରିୟା ଏବଂ ତାଙ୍କ ପତ୍ନୀଙ୍କ ନାମ ପ୍ରମିଳା ତିରିୟା । ମୋଚିରାମଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍‌ରୁ କମ ।

ରାଜନୈତିକ ଜୀବନ

ମୋଚିରାମ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଅଖିଳ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ମୋଚିରାମ ତିରିୟା ୨୦୦୫ ମସିହାର ମଇ ମାସ ୧୯ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article on 21 Nov 2024. The contents are available under the CC BY-SA 4.0 license.