Biography
Lists
Also Viewed
Quick Facts
Intro | Indian politician | |
Places | India | |
was | Politician | |
Work field | Politics | |
Gender |
| |
Birth | 2 February 1917 | |
Death | 1981 (aged 63 years) | |
Star sign | Aquarius |
Biography
ନାରାୟଣ ଚନ୍ଦ୍ର ପତି (୧୯୧୭ - ୧୯୮୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ନାରାୟଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଯାଜପୁର ପଶ୍ଚିମ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୧୯୬୧ ମସିହାରେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ନାରାୟଣ ଚନ୍ଦ୍ର ପତି ୧୯୧୭ ମସିହାର ଫେବୃଆରୀ ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଦ୍ୟାଧର ପତି ଏବଂ ପତ୍ନୀଙ୍କ ନାମ ସୁଷମା ପତି । ନାରାୟଣଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ଅର୍ଥଶାସ୍ତ୍ରରେ ସ୍ନାତକୋତ୍ତର ।
ରାଜନୈତିକ ଜୀବନ
ନାରାୟଣ ଚନ୍ଦ୍ର ପତି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ପ୍ରଜା ସୋସିଆଲିଷ୍ଟ ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଦୁଇଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ନାରାୟଣ ୧୯୮୧ ମସିହାରେ ମୃତ୍ୟୁବରଣ କରିଥିଲେ । ୨୫ ସେପ୍ଟେମ୍ବର ୧୯୮୧ରେ ବିଧାନ ସଭା ଗୃହରେ ତାଙ୍କ ପାଇଁ ଶୋକ ପାଳନ କରାଯାଇଥିଲା । ମୃତ୍ୟୁବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା ।