Abhimanyu Ransingh
Quick Facts
Biography
ଅଭିମନ୍ୟୁ ରଣସିଂହ (୧୦ ଅପ୍ରେଲ ୧୯୩୦ - ୨୦ ଜୁଲାଇ ୨୦୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଅଭିମନ୍ୟୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ଅଭିମନ୍ୟୁ ରଣସିଂହ ୧୯୩୦ ମସିହାର ଅପ୍ରେଲ ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାଉରୀବନ୍ଧୁ ରଣସିଂହ ଓ ପତ୍ନୀଙ୍କ ନାମ କଲ୍ୟାଣୀ କୁମାରୀ ରଣସିଂହ । ଅଭିମନ୍ୟୁଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ଅଣ୍ଡର ଗ୍ରାଜୁଏଟ୍ ।
ରାଜନୈତିକ ଜୀବନ
ଅଭିମନ୍ୟୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଅଭିମନ୍ୟୁ ରଣସିଂହ ୨୦୧୬ ମସିହାର ଜୁଲାଇ ମାସ ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।