Baishnab Charan Mallick
Quick Facts
Biography
ବୈଷ୍ଣବ ଚରଣ ମଲ୍ଲିକ (୩ ଜାନୁଆରୀ ୧୯୨୮ - ୧୫ ଅଗଷ୍ଟ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବୈଷ୍ଣବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ଭାରତୀୟ ସାଧାରଣ ନିର୍ବାଚନରେ ବୈଷ୍ଣବ କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୬୭ ଓ ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ ଓ [[୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ବୈଷ୍ଣବ ଚରଣ ମଲ୍ଲିକ ୧୯୨୮ ମସିହାର ଜାନୁଆରୀ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନରହରୀ ମଲ୍ଲିକ ଏବଂ ପତ୍ନୀଙ୍କ ନାମ ସରସ୍ୱତୀ ଦେବୀ ।
ରାଜନୈତିକ ଜୀବନ
ବୈଷ୍ଣବ ଚରଣ ମଲ୍ଲିକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର ଏବଂ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ବୈଷ୍ଣବ ଚରଣ ମଲ୍ଲିକ ୨୦୦୫ ମସିହାର ଅଗଷ୍ଟ ମାସ ୧୫ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା ।