peoplepill id: banamali-das
BD
India
2 views today
2 views this week
Banamali Das
Politician from Odisha, India

Banamali Das

The basics

Quick Facts

The details (from wikipedia)

Biography

ବନମାଳି ଦାସ (୨୯ ଅଗଷ୍ଟ ୧୯୧୮ - ୨୫ ଫେବୃଆରୀ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଏବଂ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ କମ୍ୟୁନିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର

ବନମାଳି ଦାସ ୧୯୧୮ ମସିହାର ଅଗଷ୍ଟ ମାସ ୨୯ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହରିହର ଦାସ । ବନମାଳିଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ଜାମିନିବାଳା ଦାସ । ତାଙ୍କର ୨ ପୁଅ ଓ ୪ ଝିଅଙ୍କୁ ଲଗାଇ ସମୁଦାୟ ୬ ଜଣ ସନ୍ତାନସନ୍ତତି ।

ସ୍ୱାଧୀନତା ସଂଗ୍ରାମରେ ଅବଦାନ

ବନମାଳି ଭାରତ ସ୍ୱାଧୀନ ହେବା ପୂର୍ବରୁ ୧୯୩୬ ମସିହାରୁ ୧୯୩୮ ମସିହାଯାଏଁ ଛାତ୍ର ଆନ୍ଦୋଳନରେ ସକ୍ରିୟ ଥିଲେ । ଏହାପରେ ୧୯୩୮ ମସିହାରୁ ୧୯୪୮ ମସିହା ମଧ୍ୟରେ ସେ ରାଜ୍ୟର ବିଭିନ୍ନ ପ୍ରକାରର ସ୍ୱାଧୀନତା ସଂଗ୍ରାମ ଆନ୍ଦୋଳନରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।

ରାଜନୈତିକ ଜୀବନ

ବନମାଳି ଦାସ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ୩ଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

ବନମାଳି ୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୬୭ ମସିହାରେ ୧୯୭୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଏହାପରେ ବନମାଳି ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ଏବଂ ନିର୍ବାଚନରେ ବିଜୟୀ ହୋଇ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ମୃତ୍ୟୁ

ବନମାଳି ଦାସ ୨୦୦୭ ମସିହାର ଫେବୃଆରୀ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Banamali Das is in following lists
comments so far.
Comments
From our partners
Sponsored
Credits
References and sources
Banamali Das
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes