peoplepill id: banka-behari-das
BBD
India
1 views today
1 views this week
Banka Behari Das
Politician from Odisha, India

Banka Behari Das

The basics

Quick Facts

The details (from wikipedia)

Biography

ବାଙ୍କ ବିହାରୀ ଦାସ (୧ ଜାନୁଆରୀ ୧୯୯୨ - ୨୮ ଜୁଲାଇ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବାଙ୍କ ବିହାରୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ବାଙ୍କ ବିହାରୀ ବିଞ୍ଜାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚରେ ସେ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ବାଙ୍କ ବିହାରୀ ଦାସ ୧୯୨୨ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ଦାସ ଏବଂ ତାଙ୍କ ପତ୍ନୀଙ୍କ ନାମ ସୁଧାମଞ୍ଜରୀ ଦାସ । ବାଙ୍କ ବିହାରୀଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ସ୍ନାତକରୁ କମ୍ ।

ରାଜନୈତିକ ଜୀବନ

ବାଙ୍କ ବିହାରୀ ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ବାଙ୍କ ବିହାରୀ ୨୦୦୧ ମସିହାର ଜୁଲାଇ ମାସ ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Banka Behari Das is in following lists
comments so far.
Comments
From our partners
Sponsored
Credits
References and sources
Banka Behari Das
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes