Banshidhar Pattanaik
Quick Facts
Biography
ବଂଶୀଧର ପଟ୍ଟନାୟକ (୧ ଜୁନ ୧୯୧୯ - ୨ ମଇ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବଂଶୀଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ବଂଶୀଧର ପଟ୍ଟନାୟକ ୧୯୧୯ ମସିହାର ଜୁନ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭଗବାନ ସୁମନ୍ତ ପଟ୍ଟନାୟକ ଏବଂ ପତ୍ନୀଙ୍କ ନାମ ବୁଲୁରୀ ପଟ୍ଟନାୟକ । ବଂଶୀଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ରୁ କମ ଥିଲା ।
ରାଜନୈତିକ ଜୀବନ
ବଂଶୀଧର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ବଂଶୀଧର ପଟ୍ଟନାୟକ ୧୯୯୮ ମସିହାର ମଇ ମାସ ୨ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା ।