peoplepill id: bijaya-nayak
BN
India
1 views today
11 views this week
Bijaya Nayak
Politician from Odisha, India

Bijaya Nayak

The basics

Quick Facts

Intro
Politician from Odisha, India
Places
Work field
Gender
Male
Age
75 years
The details (from wikipedia)

Biography

ବିଜୟ ନାୟକ (ଜନ୍ମ: ୧୦ ଅପ୍ରେଲ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର

ବିଜୟ ନାୟକ ୧୯୪୯ ମସିହାର ଅପ୍ରେଲ ମାସ ୧୦ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ମନମୋହନ ନାୟକ । ତାଙ୍କ ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ପାଶ୍ । ସେ ବାସନ୍ତୀଲତା ନାୟକଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ଦୁଇଟି ପୁଅ ଓ ଦୁଇଟି ଝିଅ ଅଛନ୍ତି ।

ରାଜନୈତିକ ଜୀବନ

ବିଜୟ ନାୟକ ପ୍ରଥମେ ଜଣେ ସରପଞ୍ଚ ଭାବରେ ୧୯୭୧ ମସିହାରେ ନିର୍ବାଚିତ ହୋଇଥିଲେ । ଅଧୁନା ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ ।


୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ବିଧାନ ସଭାରେ ସେ ସମୁଦାୟ ୫୮,୪୬୭ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିଲେ । ୨ୟ ସ୍ଥାନରେ ଥିବା ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଅମିୟ କୁମାର ମହାପାତ୍ର ସମୁଦାୟ ୫୦,୮୫୪ ଭୋଟ ପାଇଥିଲେ । ଏହି ବିଧାନ ସଭାରେ ସେ ୨୦୦୯ ମସିହାରୁ ୨୦୧୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Bijaya Nayak is in following lists
comments so far.
Comments
From our partners
Sponsored
Credits
References and sources
Bijaya Nayak
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes