Debiprasanna Chand
Quick Facts
Biography
ଦେବୀ ପ୍ରସନ୍ନ ଚଣ୍ଡ (ଜନ୍ମ: ୨୦ ମାର୍ଚ୍ଚ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
ଦେବୀ ପ୍ରସନ୍ନ ଚଣ୍ଡ ୧୯୬୪ ମସିହାର ମାର୍ଚ୍ଚ ମାସ ୨୦ ତାରିଖରେ ଅବିଭକ୍ତି ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାମଚନ୍ଦ୍ର ଚଣ୍ଡ । ଦେବୀ ପ୍ରସନ୍ନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ସୁକାନ୍ତି ଚଣ୍ଡ ।
ରାଜନୈତିକ ଜୀବନ
ଦେବୀ ପ୍ରସନ୍ନ ଚଣ୍ଡ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଦେବୀ ପ୍ରସନ୍ନ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୯,୬୮୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୦୯ ମସିହାରୁ ୨୦୧୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।