Dhananjay Lenka
Quick Facts
Biography
ଧନଞ୍ଜୟ ଲେଙ୍କା (୧୧ ନଭେମ୍ବର ୧୯୦୭ - ୧୨ ଡିସେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଧନଞ୍ଜୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ଚଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପରିବାର ଓ ଶିକ୍ଷା
ଧନଞ୍ଜୟ ଲେଙ୍କା ୧୯୦୭ ମସିହାର ନଭେମ୍ବର ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ ସେବତୀ ଲତିକା ଦେବୀ । ଧନଞ୍ଜୟଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।
ରାଜନୈତିକ ଜୀବନ
ଧନଞ୍ଜୟ ଲେଙ୍କା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଧନଞ୍ଜୟ ଲେଙ୍କା ୧୯୮୩ ମସିହାର ଡିସେମ୍ବର ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।