Gadadhar Dutta
Quick Facts
Biography
ଗଦାଧର ଦତ୍ତ (ଜନ୍ମ: ୨୭ ନଭେମ୍ବର ୧୯୦୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଗଦାଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ସମୁଦାୟ ଚାରିଥର କାର୍ଯ୍ୟ କରିଥିଲେ । ୧୯୪୬ ମସିହାର ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାରେ ସେ ପୂର୍ବ ଯାଜପୁରରୁ ନିର୍ବାଚିତ ହୋଇଥିଲେ ଏବଂ ପରେ ଭାରତ ସ୍ୱାଧୀନ ହେବାପରେ ୧୯୫୨ ଓ ୧୯୫୭ ମସିହାରେ ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ଗଦାଧର ୧୯୦୬ ମସିହାର ନଭେମ୍ବର ମାସ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୋକୁଳାନନ୍ଦ ଦତ୍ତ ଏବଂ ପତ୍ନୀଙ୍କ ନାମ ବିମଳା ଦତ୍ତ । ଗଦାଧରଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।
ରାଜନୈତିକ ଜୀବନ
ଗଦାଧର ଦତ୍ତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଗଦାଧର ୧୯୭୪ ମସିହାର ମାର୍ଚ୍ଚ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।