Guru Charan Naik
Quick Facts
Biography
ଗୁରୁ ଚରଣ ନାଏକ (ଜନ୍ମ: ୨୪ ଜାନୁଆରୀ ୧୯୧୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ରାଜନୀତିରେ ସେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ, ସ୍ୱତନ୍ତ୍ର ପାର୍ଟି ଏବଂ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ୪ଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସଭ୍ୟ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୫୨, ୧୯୫୭, ୧୯୬୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୩ୟ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୬୭ ଭାରତୀୟ ସାଧାରଣ ନିର୍ବାଚନରେ ଗୁରୁ କେନ୍ଦୁଝର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
ଗୁରୁ ଚରଣ ନାଏକ ୧୯୧୯ ମସିହାର ଜାନୁଆରୀ ମାସ ୨୪ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୃନ୍ଦାବନ ନାଏକ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ରୁ କମ । ତାଙ୍କ ପତ୍ନୀଙ୍କ ନାମ ଅନ୍ନପୂର୍ଣ୍ଣା ନାଏକ ।