Haraprasad Mohapatra
Quick Facts
Biography
ହରପ୍ରସାଦ ମହାପାତ୍ର (ଜନ୍ମ: ୨୪ ଜୁଲାଇ ୧୯୨୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପରେ ଜନତା ପାର୍ଟିରେ ଯୋଗ ଦେଇଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୋର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ଏବଂ ୧୯୭୭ ମସିହାରେ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
ହରପ୍ରସାଦ ମହାପାତ୍ର ୧୯୨୩ ମସିହାର ଜୁଲାଇ ମାସ ୨୪ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜକିଶୋର ମହାପାତ୍ର । ହରପ୍ରସାଦଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବିଜ୍ଞାନରେ ସ୍ନାତକ । ସେ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ତାଙ୍କ ପତ୍ନୀଙ୍କ ନାମ ସରୋଜିନୀ ଦେବୀ । ଏହି ଦମ୍ପତ୍ତିଙ୍କର ଦୁଇଟି ପୁଅ ଓ ପାଞ୍ଚ ଜଣ ଝିଅ ଅଛନ୍ତି । ହରପ୍ରସାଦ ୧୯୭୧ ମସିହାରୁ ୧୯୭୪ ମସିହାଯାଏଁ ସ୍ୱରାଜ୍ୟ ଖବର କାଗଜର ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ ।
ରାଜନୈତିକ ଜୀବନ
ହରପ୍ରସାଦ ୧୯୫୯ ମସିହାରେ ସ୍ୱତନ୍ତ୍ର ପାର୍ଟିରେ ଯୋଗ ଦେଇଥିଲେ । ଏହାପରେ ସେ ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସ୍ୱତନ୍ତ୍ର ପାର୍ଟିର ପ୍ରାର୍ଥୀ ଭାବରେ ସୋର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୬୭ ମସିହାରୁ ୧୯୭୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଏହାପରେ ୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ପୁଣିଥରେ ସୋର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୭୭ ମସିହାରୁ ୧୯୮୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।