Harihar Mohanty
Quick Facts
Biography
ହରିହର ମହାନ୍ତି (ମୃତ୍ୟୁ: ୭ ଫେବୃଆରୀ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ହରିହର ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ୨ୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପରିବାର
ହରିହର ମହାନ୍ତିଙ୍କର ବାପାଙ୍କ ନାମ ଫକୀର ଚରଣ ମହାନ୍ତି ଏବଂ ତାଙ୍କ ପତ୍ନୀଙ୍କ ନାମ ଶୀତଲ କୁମାରୀ ମହାନ୍ତି । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।
ରାଜନୈତିକ ଜୀବନ
ହରିହର ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ହରିହର ମହାନ୍ତି ପ୍ରଜା ସୋସିଆଲିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସ୍ୱାଧୀନ ପ୍ରାର୍ଥୀ ସମଲ ମାଝିଙ୍କ ସହ ଯୁଗ୍ମ ଭାବରେ ବିଜୟୀ ହୋଇ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୫୭ ମସିହାରୁ ୧୯୬୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ହରିହର ୧୯୭୩ ମସିହାର ଫେବୃଆରୀ ମାସ ୭ ତାରିଖରେ ମୃତ୍ୟୁବରଣ କରିଥିଲେ ।