Hrusikesh Tripathy
Quick Facts
Biography
ହୃଷିକେଶ ତ୍ରିପାଠୀ (ମୃତ୍ୟୁ: ୫ ଫେବୃଆରୀ ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ହୃଷିକେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଦୁଇଥର କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୪୬ ମସିହାରେ ହୋଇଥିବା ୨ୟ ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ-ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୫୨ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାଜନୈତିକ ଜୀବନ
ହୃଷିକେଶ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ହୃଷିକେଶ ତ୍ରିପାଠୀ ୧୯୯୧ ମସିହାର ଫେବୃଆରୀ ମାସ ୫ ତାରିଖରେ ମୃତ୍ୟୁବରଣ କରିଥିଲେ ।