Jadumani Mangaraj
Quick Facts
Biography
ଯଦୁମଣି ମଙ୍ଗରାଜ (ମୃତ୍ୟୁ: ୨ ଅପ୍ରେଲ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଯଦୁମଣି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର ଏବଂ ବାଚସ୍ପତି ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧ମ ଓଡ଼ିଶା ବିଧାନ ସଭାକୁ ସେ କେନ୍ଦ୍ରୀୟ କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଭାରତ ସ୍ୱାଧୀନ ହେବାପରେ ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ଚଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପରିବାର ଓ ଶିକ୍ଷା
ଯଦୁମଣି ମଙ୍ଗରାଜଙ୍କ ବାପାଙ୍କ ନାମ ଭିକାରୀ ଚରଣ ମଙ୍ଗରାଜ । ଯଦୁମଣିଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକ ଥିଲା ।
ରାଜନୈତିକ ଜୀବନ
ଯଦୁମଣି ମଙ୍ଗରାଜ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ଏତଦ୍ ବ୍ୟତୀତ ସେ ଓଡ଼ିଶା ବିଧାନ ସଭାରେ ଜଣେ ବାତସ୍ପତି ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଯଦୁମଣି ୧୯୬୪ ମସିହାର ଅପ୍ରେଲ ମାସ ୨ ତାରିଖରେ ମୃତ୍ୟୁବରଣ କରିଥିଲେ ।