Jayadev Thakur
Quick Facts
Biography
ଜୟଦେବ ଠାକୁର (୧୦ ନଭେମ୍ବର ୧୮୯୧ - ୨୧ ଜାନୁଆରୀ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଗଣତନ୍ତ୍ର ପରିଷଦ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାମଣ୍ଡା ଓ ଦେବଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ଜୟଦେବ ଠାକୁର ୧୮୯୧ ମସିହାର ନଭେମ୍ବର ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଘ୍ନେଶ୍ୱର ଠାକୁର ଓ ପତ୍ନୀଙ୍କ ନାମ ସୁବର୍ଣ୍ଣୀ ଦେବୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।
ରାଜନୈତିକ ଜୀବନ
ଜୟଦେବ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।
ବିଧାନ ସଭା ସଭ୍ୟ ବିବରଣୀ
ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୫୨ | ୧୯୫୭ | ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା | ବାମଣ୍ଡା | ଗଣତନ୍ତ୍ର ପରିଷଦ |
୧୯୫୭ | ୧୯୬୧ | ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା | ଦେବଗଡ଼ | ଗଣତନ୍ତ୍ର ପରିଷଦ |
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | ଦେବଗଡ଼ | ଗଣତନ୍ତ୍ର ପରିଷଦ |
ମୃତ୍ୟୁ
ଜୟଦେବ ଠାକୁର ୧୯୭୩ ମସିହାର ଜାନୁଆରୀ ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା ।