Jayakrushna Mohanty
Quick Facts
Biography
ଜୟକୃଷ୍ଣ ମହାନ୍ତି (୩ ସେପ୍ଟେମ୍ବର ୧୯୧୬ - ୨୫ ଅଗଷ୍ଟ ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଜୟକୃଷ୍ଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଓ ପରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ସେ ୨ୟ ଓଡ଼ିଶା ବିଧାନ ସଭାରେ ପୂର୍ବ ପୁରୀ ସଦରରୁ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପରେ ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ଜୟକୃଷ୍ଣ ମହାନ୍ତି ୧୯୧୬ ମସିହାର ସେପ୍ଟେମ୍ବର ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ କିରଣଲେଖା ମହାନ୍ତି ।
ରାଜନୈତିକ ଜୀବନ
ଜୟକୃଷ୍ଣ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଓ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଜୟକୃଷ୍ଣ ମହାନ୍ତି ୨୦୦୮ ମସିହାର ଅଗଷ୍ଟ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା ।