peoplepill id: kamala-das
KD
India
4 views today
4 views this week
Kamala Das
Politician from Odisha, India

Kamala Das

The basics

Quick Facts

Intro
Politician from Odisha, India
Places
Work field
Gender
Female
Age
79 years
The details (from wikipedia)

Biography

କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।

କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର

କମଳା ଦାସ ୧୯୪୫ ମସିହାର ଅଗଷ୍ଟ ମାସ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲେ ଗୟା ପ୍ରସାଦ ପାତ୍ର । ସେ ଡାକ୍ତରୀ ଛାତ୍ରୀ ଭାବରେ ଏମ୍.ବି.ବି.ଏସ୍. କରିଥିଲେ ଏବଂ ପରେ ଏମ୍‌.ଏସ୍. କରିଥିଲେ । କମଳା କାଳୀ କୁମାର ଦାସଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି ।

ରାଜନୈତିକ ଜୀବନ

କମଳା ଦାସ ଜନତା ଦଳର ପ୍ରତିନିଧି ଭାବରେ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ସେ ରାଜ୍ୟ ଶିକ୍ଷା ଓ ଯୁବ ସେବା ବିଭାଗର ମନ୍ତ୍ରୀ ଭାବରେ ପ୍ରଥମେ ୨୪ ଜୁଲାଇ ୧୯୯୦ରୁ୪ ଜାନୁଆରୀ ୧୯୯୩ ଯାଏଁ କାର୍ଯ୍ୟ କରିଥିଲେ । ଏହାପରେ ସେ ୪ ଜାନୁଆରୀ ୧୯୯୩ରୁ ୧୫ ମାର୍ଚ୍ଚ ୧୯୯୫ ଯାଏଁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

୧୯୯୫ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନ ସେ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୯୫ ମସିହାରୁ ୨୦୦୦ ମସିହାଯାଏଁ କାର୍ଯ୍ୟ କରିଥିଲେ । ଏହି ସମୟରେ ନବୀନ ପଟ୍ଟନାୟକଙ୍କର ନେତୃତ୍ୱରେ ବିଜୁ ଜନତା ଦଳର ଗଠନ ହେଲା ଏବଂ କମଳା ବିଜୁ ଜନତା ଦଳରେ ଯୋଗ ଦେଇଥିଲେ ।

୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ପୁଣିଥରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାଯାଏଁ ବିଜୁ ଜନତା ଦଳର ସରକାର ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ । ୧୨ଶ ଓଡ଼ିଶା ବିଧାନ ସଭାରେ ସେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଦୁଇଟି ବିଭାଗର ମନ୍ତ୍ରୀ ଥିଲେ । କମଳା ମହିଳା ଓ ଶିଶୁ ବିକାଶ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ ୬ ମାର୍ଚ୍ଚ ୨୦୦୦ରୁ୯ ଜୁଲାଇ ୨୦୦୧ ଯାଏଁ କାର୍ଯ୍ୟ କରିଥିଲେ ।

ଏହାପରେ ସେ ବିଜୁ ଜନତା ଦଳ ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ । ମାତ୍ର ୨୦୧୪ ମସିହାରେ ସେ ପୁଣିଥରେ ବିଜୁ ଜନତା ଦଳକୁ ପ୍ରତ୍ୟାବର୍ତ୍ତନ କରିଥିଲେ ।

ପୁସ୍ତକ ରଚନା

ସ୍ୱାସ୍ଥ୍ୟ ଶିକ୍ଷା ଉପରେ କମଳା ଦାସଙ୍କ ରଚିତ ପାଠ୍ୟ ପୁସ୍ତକ ବି.ଏଡ୍ ଓ +୨ ପିଲାଙ୍କୁ ପଢ଼ାଯାଉଛି ।

ଆଧାର

The contents of this page are sourced from Wikipedia article. The contents are available under the CC BY-SA 4.0 license.
Lists
Kamala Das is in following lists
comments so far.
Comments
From our partners
Sponsored
Credits
References and sources
Kamala Das
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes