Kumar Chandra Behera
Quick Facts
Biography
କୁମାର ଚନ୍ଦ୍ର ବେହେରା (୬ ଅକ୍ଟୋବର ୧୯୩୯ - ୭ ଜାନୁଆରୀ ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କୁମାର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ତାଳଚେର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
କୁମାର ଚନ୍ଦ୍ର ବେହେରା ୧୯୩୯ ମସିହାର ଅକ୍ଟୋବର ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଳଭଦ୍ର ବେହେରା ଓ ପତ୍ନୀଙ୍କ ନାମ ପୁଷ୍ପାଞ୍ଜଳୀ ବେହେରା । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବିଜ୍ଞାନରେ ଇଣ୍ଟରମିଡିଏଟ୍ ।
ରାଜନୈତିକ ଜୀବନ
କୁମାର ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
କୁମାର ଚନ୍ଦ୍ର ବେହେରା ୨୦୧୭ ମସିହାର ଜାନୁଆରୀ ମାସ ୭ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା ।