Kumud Chandra Singh
Quick Facts
Biography
କୁମୁଦ ଚନ୍ଦ୍ର ସିଂହ (୨୩ ଅପ୍ରେଲ ୧୯୨୪ - ୨୬ ଫେବୃଆରୀ ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କୁମୁଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
କୁମୁଦ ଚନ୍ଦ୍ର ସିଂହ ୧୯୨୪ ମସିହାର ଅପ୍ରେଲ ମାସ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନବକିଶୋର ଚନ୍ଦ୍ର ସିଂହ ମର୍ଦ୍ଦରାଜ ଜଗଦେବ ଓ ପତ୍ନୀଙ୍କ ନାମ ଶିଲା କୁମାରୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ।
ରାଜନୈତିକ ଜୀବନ
କୁମୁଦ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
କୁମୁଦ ଚନ୍ଦ୍ର ସିଂହ ୧୯୯୧ ମସିହାର ଫେବୃଆରୀ ମାସ ୨୬ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା ।