Lall Ranjit Singh Bariha
Quick Facts
Biography
ଲାଲ ରଞ୍ଜିତ ସିଂହ ବରିହା (ମୃତ୍ୟୁ: ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୪୬ ମସିହାରେ ହୋଇଥିବା ଭାରତୀୟ ସାଧାରଣ ନିର୍ବାଚନରେ ସେ ପଶ୍ଚିମ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସ୍ୱାଧୀନତା ପରେ ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାଜନୈତିକ ଜୀବନ
ଲାଲ ରଞ୍ଜିତ ସିଂହ ବରିହା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଲାଲ ରଞ୍ଜିତ ସିଂହ ବରିହା ୧୯୫୫ ମସିହାରେ ମୃତ୍ୟୁବରଣ କରିଥିଲେ । ୩ ଅକ୍ଟୋବର ୧୯୯୫ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।