Manmohan Das
Quick Facts
Biography
ମନମୋହନ ଦାସ (୨୬ ଜୁନ ୧୯୩୬ - ୨୩ ମଇ ୧୯୮୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୭ ଓ ୧୯୭୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜନ କଂଗ୍ରେସ ଓ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
ମନମୋହନ ଦାସ ୧୯୩୬ ମସିହାର ଜୁନ ମାସ ୨୬ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ଉଚ୍ଛବ ଦାସ । ମନମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ। ସେ ରମାମଣି ଦେବୀଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ୨ଟି ପୁଅ ଓ ଗୋଟିଏ ଝିଅ ଥିଲେ ।
ରାଜନୈତିକ ଜୀବନ
ମନମୋହନ ଦାସ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସ ଓ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଦୁଇଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜନ କଂଗ୍ରସର ପ୍ରାର୍ଥୀ ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୧୯୬୭ ମସିହାରୁ ୧୯୭୧ ମସିହାରେ ବିଧାନ ସଭା ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ ।
ଏହାପରେ ସେ ୧୯୭୪ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ପୁଣିଥରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୭୪ ମସିହାରୁ ୧୯୭୭ ମସିହାରେ ବିଧାନ ସଭା ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ମନମୋହନ ଦାସ ୧୯୮୪ ମସିହାର ମଇ ମାସ ୨୩ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୪୭ ବର୍ଷ ବୟସ ହୋଇଥିଲା । ୫ ସେପ୍ଟେମ୍ବର ୧୯୮୪ରେ ତାଙ୍କୁ ଓଡ଼ିଶା ବିଧାନ ସଭାରେ ଶ୍ରଦ୍ଧାଞ୍ଜଳୀ ଦିଆଯାଇଥିଲା ।