Mochiram Tiriya
Quick Facts
Biography
ମୋଚିରାମ ତିରିୟା (୮ ଅକ୍ଟୋବର ୧୯୨୭ - ୧୯ ମଇ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମୋଚିରାମ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଅଖିଳ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ମୋଚିରାମ ତିରିୟା ୧୯୨୭ ମସିହାର ଅକ୍ଟୋବର ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସନାତନ ତିରିୟା ଏବଂ ତାଙ୍କ ପତ୍ନୀଙ୍କ ନାମ ପ୍ରମିଳା ତିରିୟା । ମୋଚିରାମଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ରୁ କମ ।
ରାଜନୈତିକ ଜୀବନ
ମୋଚିରାମ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଅଖିଳ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ମୋଚିରାମ ତିରିୟା ୨୦୦୫ ମସିହାର ମଇ ମାସ ୧୯ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା ।