Nandakishore Mishra
Quick Facts
Biography
ନନ୍ଦ କିଶୋର ମିଶ୍ର (୧୮ ଅକ୍ଟୋବର ୧୯୦୬ - ୩୦ ମାର୍ଚ୍ଚ ୧୯୯୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୫୭, ୧୯୬୧, ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଲାଙ୍ଗୀର, ତୁଷରା ଓ ଲୋଇସିଂହା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୩ୟ, ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ନନ୍ଦ କିଶୋର ମିଶ୍ର ୧୯୦୬ ମସିହାର ଅକ୍ଟୋବର ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବେଣୁଧର ମିଶ୍ର ଏବଂ ପତ୍ନୀଙ୍କ ନାମ ହରପ୍ରିୟା ଦେବୀ ।
ରାଜନୈତିକ ଜୀବନ
ନନ୍ଦ କିଶୋର ମିଶ୍ର ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଥିଲେ । । ୧୯୬୭ ମସିହାରୁ ୧୯୭୪ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ ।
ବିଧାନ ସଭା ସଭ୍ୟ ବିବରଣୀ
ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୫୨ | ୧୯୫୭ | ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା | ବଲାଙ୍ଗୀର | ଗଣତନ୍ତ୍ର ପରିଷଦ |
୧୯୫୭ | ୧୯୬୧ | ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା | ବଲାଙ୍ଗୀର | ଗଣତନ୍ତ୍ର ପରିଷଦ |
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | ତୁଷରା | ସ୍ୱତନ୍ତ୍ର ପାର୍ଟି |
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ଲୋଇସିଂହା | ସ୍ୱତନ୍ତ୍ର ପାର୍ଟି |
୧୯୭୧ | ୧୯୭୩ | ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା | ଲୋଇସିଂହା | ସ୍ୱତନ୍ତ୍ର ପାର୍ଟି |
ମୃତ୍ୟୁ
ନନ୍ଦ କିଶୋର ମିଶ୍ର ୧୯୯୨ ମସିହାର ମାର୍ଚ୍ଚ ୩୦ ତାରିଖରେ ୮୫ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।