Naren Pallai
Quick Facts
Biography
ନରେନ ପଲେଇ (ଜନ୍ମ: ୧୭ ମଇ ୧୯୬୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସେ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
ନରେନ ପଲେଇ ୧୯୬୫ ମସିହାର ମଇ ମାସ ୧୭ ତାରିଖରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାହ୍ନୁଚରଣ ପଲେଇ । ସେ ନିର୍ମଳା ପଲେଇଙ୍କୁ ବିବାହ କରିଥିଲେ । ରାଜନେତା ବିରେନ ପଲେଇ ନରେନଙ୍କର ଭାଇ ଥିଲେ । ବିରେନ ୧୨ଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଥିବାବେଳେ ଏକ ସଡ଼କ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା ।
ରାଜନୈତିକ ଜୀବନ
ବିରେନ ପଲେଇ ଭଦ୍ରକ ପୌରପାଳିକାର ଅଧକ୍ଷ ଭାବରେ ୨୦୦୨ ମସିହାରୁ ୨୦୦୩ ମସିହାଯାଏଁ କାର୍ଯ୍ୟ କରିଥିଲେ । ଏହାପରେ ସେ ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୦,୦୧୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଏହାପରେ ୨୦୦୯ ଓ ୨୦୧୪ ମସିହାରେ ନରେନ ପଲେଇ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ହେଁ ଯଥାକ୍ରମେ ୫୩,୮୬୬ ଓ ୫୬,୯୯୫ ଖଣ୍ଡ ଭୋଟ ପାଇ ଯୁଗଳ କିଶୋର ପଟ୍ଟନାୟକଙ୍କଠାରୁ ପରାସ୍ତ ହୋଇଥିଲେ ।