Pravakar Behera
Quick Facts
Biography
ପ୍ରଭାକର ବେହେରା (୧ ଅଗଷ୍ଟ ୧୯୧୯ - ୧ ଜାନୁଆରୀ ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ପ୍ରଭାକର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
ପ୍ରଭାକର ବେହେରା ୧୯୧୯ ମସିହାର ଅଗଷ୍ଟ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିମ୍ବାଧର ବେହେରା । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ଶ୍ରଦ୍ଧାମୋନୀ ବେହେରା ।
ରାଜନୈତିକ ଜୀବନ
ପ୍ରଭାକର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ପ୍ରଭାକର ୧୯୧୯ ମସିହାର ଜାନୁଆରୀ ମାସ ୧ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା ।