Sailendra Narayan Bhanja Deo
Quick Facts
Biography
ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ (ମୃତ୍ୟୁ: ୧୯ ଜୁଲାଇ ୧୯୮୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଶୈଳେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ଶୈଳେନ୍ଦ୍ର ସ୍ୱାଧୀନତା ପୂର୍ବରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୫୨, ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଆଳି ଓ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୩ୟ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓଙ୍କ ବାପାଙ୍କ ନାମ ରାଜେନ୍ଦ୍ର ନାରାୟଣ ଭଞ୍ଜ ଦେଓ ଏବଂ ପତ୍ନୀଙ୍କ ନାମ ଏମ୍. ଏନ୍. ଦେବୀ । ଶୈଳେନ୍ଦ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।
ରାଜନୈତିକ ଜୀବନ
ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ୫ଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ ୧୯୮୨ ମସିହାର ଜୁଲାଇ ୧୯ ତାରିଖରେ ମୃତ୍ୟୁବରଣ କରିଥିଲେ ।