Sakila Soren
Quick Facts
Biography
ସକିଲା ସୋରେନ (୨୨ ଅକ୍ଟୋବର ୧୯୨୦ - ୮ ମଇ ୧୯୯୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସକିଲା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୧, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୁଣ୍ଟା ଓ ମୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।
ଜନ୍ମ, ପରିବାର ଓ ଶିକ୍ଷା
ସକିଲା ସୋରେନ ୧୯୨୦ ମସିହାର ଅକ୍ଟୋବର ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଉଦୟନାଥ ସୋରେନ ଏବଂ ପତ୍ନୀଙ୍କ ନାମ ମାଳତୀ ସୋରେନ । ସକିଲାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ରୁ କମ ଥିଲା ।
ରାଜନୈତିକ ଜୀବନ
ସକିଲା ସୋରେନ ଓଡ଼ିଶା ରାଜନୀତିରେ ସୋସିଆଲିଷ୍ଟ ପାର୍ଟି, ଭାରତୀୟ ଜାତୀୟ କଂଗ୍ରେସ ଓ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ସକିଲା ୧୯୯୬ ମସିହାର ମଇ ମାସ ୮ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।