Samal Majhi
Quick Facts
Biography
ସମଲ ମାଝି (୨୪ ଅକ୍ଟୋବର ୧୯୨୭ - ୨୧ ନଭେମ୍ବର ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସମଲ ୨ୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପରିବାର
ସମଲ ମାଝି ୧୯୨୭ ମସିହାର ଅକ୍ଟୋବର ମାସ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସମେଇ କିସ୍କୁ ଏବଂ ତାଙ୍କ ପତ୍ନୀଙ୍କ ନାମ ପ୍ରଭାବତି କିସ୍କୁ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲ ମାଟ୍ରିକ୍ ।
ରାଜନୈତିକ ଜୀବନ
ସମଲ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସମଲ ମାଝି ସ୍ୱାଧୀନର ପ୍ରାର୍ଥୀ ଭାବରେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟିର ପ୍ରାର୍ଥୀ ହରିହର ମହାନ୍ତିଙ୍କ ସହ ଯୁଗ୍ମ ଭାବରେ ବିଜୟୀ ହୋଇ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୫୭ ମସିହାରୁ ୧୯୬୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ସମଲ ୨୦୧୭ ମସିହାର ନଭେମ୍ବର ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟବେଳକୁ ତାଙ୍କୁ ୯୦ ବର୍ଷବୟସ ହୋଇଥିଲା ।