Sudarshan Jena
Quick Facts
Biography
ସୁଦର୍ଶନ ଜେନା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ରେମୁଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
ସୁଦର୍ଶନ ଜେନା ୧୯୬୫ ମସିହାର ଅପ୍ରେଲ ମାସ ୨୭ ତାରିଖରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଶିବ ଚରଣ ଜେନା । ସୁଦର୍ଶନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ସବିତା ଜେନା । ତାଙ୍କର ଦୁଇଜଣ ଝିଅ ଅଛନ୍ତି ।
ରାଜନୈତିକ ଜୀବନ
ସୁଦର୍ଶନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।
୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସୁଦର୍ଶନ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ରେମୁଣ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୫,୮୪୭ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ୁଥିବା ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ୩୦,୭୨୩ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ ।