peoplepill id: anandamanjari-debi
AD
India
1 views today
1 views this week
Anandamanjari Debi
Politician from Odisha, India

Anandamanjari Debi

The basics

Quick Facts

Intro
Politician from Odisha, India
From
Work field
Gender
Female
Age
75 years
Politics:
The details (from wikipedia)

Biography

ଆନନ୍ଦ ମଞ୍ଜରୀ ଦେବୀ (୧ ନଭେମ୍ବର ୧୯୨୪ - ୧୫ ଅକ୍ଟୋବର ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଏବଂ ପାଲ ଲହଡ଼ାର ରାଜକୁମାରୀ ତଥା ସୁକିନ୍ଦାର ରାଣୀ ଥିଲେ । ସେ ୧୯୫୧ ମସିହାରେ ଓଡ଼ିଶା ରାଜନୀତିରେ ଯୋଗ ଦେଇଥିଲେ ଏବଂ ଜନତା ଦଳ ଓ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ଆନନ୍ଦ ମଞ୍ଜରୀ ଦେବୀ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟା ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ସେ ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନ କଂଗ୍ରେସ ଦଳର ପ୍ରତିନିଧି ଭାବରେ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୧୯୭୭ ମସିହାର ଓଡ଼ିଶା ବିଧାନ ସଭାରେ ପୁଣିଥରେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚିତ ହୋଇ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ଆନନ୍ଦ ମଞ୍ଜରୀ ଦେବୀ ୧୯୨୪ ମସିହାର ନଭେମ୍ବର ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ସେ ପାଲ ଲହଡ଼ାର ୧୧ତମ ରାଜା ଶରତ ଚନ୍ଦ୍ର ପାଲଙ୍କ ପ୍ରଥମ କନ୍ୟା ଥିଲେ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ୍ ଥିଲା । ସେ ସୁକିନ୍ଦାର ରାଜା ପିତାମ୍ବର ଭୂପତି ହରିଚନ୍ଦନ ମହାପାତ୍ରଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ୫ଟି ପୁଅ ଓ ୪ଟି ଝିଅ ଥିଲେ ।

ରାଜନୈତିକ ଜୀବନ

ଆନନ୍ଦ ମଞ୍ଜରୀ ଦେବୀ ୧୯୫୧ ମସିହାରେ ଓଡ଼ିଶା ରାଜନୀତିରେ ଯୋଗ ଦେଇଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ଦଳ ଏବଂ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଦୁଇଥର ବିଧାୟିକା ଭାବରେ କାର୍ଯ୍ୟ କରିଥିଲେ ।

୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜନ କଂଗ୍ରସ ଦଳର ପ୍ରତିନିଧି ଭାବରେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୬୭ ମସିହାରୁ ୧୯୭୭ ମସିହାରେ ବିଧାନ ସଭା ଭଙ୍ଗ ହେବାଯାଏଁ ବିଧାୟିକା ଭାବରେ କାର୍ଯ୍ୟ କରିଥିଲେ ।

୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜନତା ଦଳର ପ୍ରତିନିଧି ଭାବରେ ପୁଣିଥରେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୭୭ ମସିହାରୁ ୧୯୮୦ ମସିହାରେ ବିଧାନ ସଭା ଭଙ୍ଗ ହେବାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ଆନନ୍ଦ ମଞ୍ଜରୀ ଦେବୀ ୧୯୯୯ ମସିହାର ଅକ୍ଟୋବର ମାସ ୧୫ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ଡିସେମ୍ବର ୧୦, ୧୯୯୯ରେ ବିଧାନ ସଭା ଗୃହରେ ତାଙ୍କ ପାଇଁ ଶୋକ ସଭାର ଆୟୋଜନ କରାଯାଇଥିଲା ।

ଆଧାର

The contents of this page are sourced from Wikipedia article on 04 Jan 2020. The contents are available under the CC BY-SA 4.0 license.
Lists
Anandamanjari Debi is in following lists
comments so far.
Comments
From our partners
Sponsored
Reference sources
References
Anandamanjari Debi
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes