peoplepill id: bhagirathi-sethy
BS
India
1 views today
1 views this week
Bhagirathi Sethy
Politician from Odisha, India

Bhagirathi Sethy

The basics

Quick Facts

Intro
Politician from Odisha, India
From
Work field
Gender
Male
Star sign
AquariusAquarius
Age
69 years
The details (from wikipedia)

Biography

ଭାଗିରଥୀ ସେଠୀ (ଜନ୍ମ: ୨୭ ଜାନୁଆରୀ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ରାଜନୀତିରେ ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ପରିବାର ଓ ଶିକ୍ଷା

ଭାଗିରଥୀ ସେଠୀ ୧୯୫୫ ମସିହାର ଜାନୁଆରୀ ମାସ ୨୭ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପୋକ ସେଠୀ । ଭାଗିରଥୀଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।

ରାଜନୈତିକ ଜୀବନ

ଭାଗିରଥୀ ସେଠୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାଗିରଥୀ ସ୍ୱାଧୀନ ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବଚନରେ ସେ ସମୁଦାୟ ୧୨,୪୪୦ ଖଣ୍ଡ ଭୋଟ ପାଇ ପରାଜିତ ହୋଇଥିଲେ । ଏହି ନିର୍ବାଚନରେ କଂଗ୍ରେସର ଦଳର ପ୍ରାର୍ଥୀ ଜୟଦେବ ଜେନା ସମୁଦାୟ ୬୯,୦୩୨ ଖଣ୍ଡ ଭୋଟ ପାଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାଗିରଥୀ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୭୨,୭୬୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜୟଦେବ ଜେନାଙ୍କୁ ୨୩,୮୦୫ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୨୦୦୯ ମସିହାରୁ ୨୦୧୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାଗିରଥୀ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ପୁଣିଥରେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଆଧାର

The contents of this page are sourced from Wikipedia article on 03 Jan 2020. The contents are available under the CC BY-SA 4.0 license.
Lists
Bhagirathi Sethy is in following lists
comments so far.
Comments
From our partners
Sponsored
Reference sources
References
Bhagirathi Sethy
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes