peoplepill id: surama-padhy
SP
India
1 views today
12 views this week
Surama Padhy
Politician from Odisha, India

Surama Padhy

The basics

Quick Facts

Intro
Politician from Odisha, India
From
Work field
Gender
Female
Age
63 years
The details (from wikipedia)

Biography

ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

ସୁରମା ପାଢ଼ୀ ୧୯୬୦ ମସିହାର ଡିସେମ୍ବର ମାସ ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ହରିଶ୍ଚନ୍ଦ୍ର ପାଢ଼ୀ । ସେ ଗୃହ ବିଜ୍ଞାନରେ ସ୍ନାତକୋତ୍ତର କରିଥିଲେ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓକିଲାତି ପଢ଼ିଥିଲେ । ପରବର୍ତ୍ତୀ ସମୟରେ ସେ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ସେ ବିପିନ ବିହାରୀ ପାଢ଼ୀଙ୍କୁ ବିବାହ କରିଥିଲେ । ଏହି ଦମ୍ପତିଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି ।

ରାଜନୈତିକ ଜୀବନ

ସୁରମା ୧୯୮୮ ମସିହାରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ । ସେ ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ମହିଳା ମୋର୍ଚ୍ଚାର ସଭାପତି ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ୨୦୦୦ ମସିହାରେ ଏହି ପଦରେ ରହିଥିଲେ । ପରେ ୨୦୦୦ ମସିହାରେ ସେ ଜାତୀୟ ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ ଏବଂ ୨୦୦୨ ମସିହାଯାଏଁ ଏହି ପଦରେ କାର୍ଯ୍ୟ କରିଥିଲେ । ଏଥି ସହିତ ସେ ଭାରତୀୟ ଜନତା ପାର୍ଟିର ବିଭିନ୍ନ ପଦବୀରେ ରହି କାର୍ଯ୍ୟ କରିଥିଲେ ।

୨୦୦୪ ମସିହାରେ ଓଡ଼ିଶା ନିର୍ବାଚନରେ ସୁରମା ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ଓଡ଼ିଶା ବିଧାନ ସଭାର ୧୩ଶ ସଭାକୁ ନିର୍ବାଚିତ । ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ । ସୁରମା ନବୀନ ପଟ୍ଟନାୟକଙ୍କର ୨ୟ ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୮ ମଇ ୨୦୦୪ରୁ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ ଏବଂ ୯ ମାର୍ଚ୍ଚ ୨୦୦୯ ଯାଏଁ ସେ କାର୍ଯ୍ୟ କରିଥିଲେ ।

୨୦୦୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ୩୩,୦୪୨ ଖଣ୍ଡ ଭୋଟ ପାଇବା ସହ ୨ୟ ସ୍ଥାନରେ ଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ସତ୍ୟନାରାୟଣ ପ୍ରଧାନ ସମୁଦାୟ ୫୪,୬୪୩ ଖଣ୍ଡ ଭୋଟ ପାଇଁ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଏହାପରେ ସେ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୪,୨୭୯ ଖଣ୍ଡ ଭୋଟ ପାଇବା ସହ ପୁଣିଥର ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ରବିନାରାୟଣ ମହାପାତ୍ର ଏହି ନିର୍ବାଚନରେ ସମୁଦାୟ ୬୦,୭୦୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ଯାଇଥିଲେ ।

ଆଧାର

The contents of this page are sourced from Wikipedia article on 03 Jan 2020. The contents are available under the CC BY-SA 4.0 license.
Lists
Surama Padhy is in following lists
comments so far.
Comments
From our partners
Sponsored
Reference sources
References
Surama Padhy
arrow-left arrow-right instagram whatsapp myspace quora soundcloud spotify tumblr vk website youtube pandora tunein iheart itunes